ଆଉ ୨,୭୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୨,୩୫,୭୬୩କୁ ବୃଦ୍ଧି
ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ୨୬୦୪ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୭୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୭୬୩କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ସୁସ୍ଥ ହୋଇଛନ୍ତି। ନୂଆପଡାରୁ ୧୮୯, କଟକରୁ ୧୮୩, ବରଗଡରୁ ୧୪୮, କେନ୍ଦ୍ରାପଡାରୁ ୧୩୬, ଅନୁଗୁଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୦୫, ମୟୂରଭଞ୍ଜରୁ ୧୦୦, ବଲାଙ୍ଗିରରୁ ୮୯, କେନ୍ଦୁଝରରୁ ୭୯, ନବରଙ୍ଗପୁରରୁ ୭୩, ସୁନ୍ଦରଗଡରୁ ୭୧, ମାଲକାନଗିରିରୁ ୭୦, ଢେଙ୍କାନାଳରୁ ୬୯, ବାଲେଶ୍ଵରରୁ ୬୭ ଜଣ ସଂକ୍ରମିତ କରୋନା ମୁକ୍ତ ହୋଇଛନ୍ତି।
ଏହି ପରି ଜଗତସିଂହପୁରରୁ ୫୮, କନ୍ଧମାଳରୁ ୪୮, ସୋନପୁରରୁ ୪୭, ରାୟଗଡାରୁ ୪୬, ପୁରୀରୁ ୪୩, ଝାରସୁଗୁଡାରୁ ୩୯, କଳାହାଣ୍ଡିରୁ ୩୯, କୋରାପୁଟରୁ ୩୫, ନୟାଗଡରୁ ୩୦, ଗଞ୍ଜାମରୁ ୨୩, ଦେବଗଡରୁ ୨୦, ବୌଦ୍ଧରୁ ୭ ଓ ଗଜପତିରୁ ୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।