ରାଜ୍ୟରେ ୨୪ ଘଣ୍ଟାରେ ୨୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୫୧୩୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୧୩ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୧୯୩ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଅନୁଗୋଳରୁ ୧୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୩, ବରଗଡରୁ ୩୩, ଭଦ୍ରକରୁ ୮୩, ବଲାଙ୍ଗୀରରୁ ୧୦,ବୌଦ୍ଧରୁ ୯. କଟକରୁ ୪୪୧, ଦେବଗଡରୁ ୪, ଢେଙ୍କାନାଳରୁ ୧୨୪, ଗଜପତିରୁ ୬, ଗଞ୍ଜାମରୁ ୧୯, ଜଗତସିଂହପୁରରୁ ୧୧୯, ଯାଜପୁରରୁ ୨୫୨, ଝାରସୁଗୁଡାରୁ ୧୦, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୧୭, କେନ୍ଦ୍ରାପଡାରୁ ୫୭, କେନ୍ଦୁଝରରୁ ୭୨, ଖୋର୍ଦ୍ଧାରୁ ୫୯୦, କୋରାପୁଟରୁ ୨୯, ମାଲକାନଗିରିରୁ ୩୫, ମୟୂରଭଞ୍ଜରୁ ୧୦୯, ନବରଙ୍ଗପୁରରୁ ୨୦, ନୟାଗଡରୁ ୮୬, ନୂଆପଡାରୁ ୭, ପୁରୀରୁ ୧୩୮, ରାୟଗଡାରୁ ୩୦, ସମ୍ବଲପୁରରୁ ୨୬, ସୋନପୁରରୁ ୧୬, ସୁନ୍ଦରଗଡରୁ ୬୫ ଓ ଷ୍ଟେଟପୁଲରୁ ୧୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।