ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୯୦ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୧୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ରୁ ୧୬ଜଣ ରହିଛନ୍ତି ।











