ଭୁବନେଶ୍ୱରରୁ ଆଉ ୨୯୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୨୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୧୫ରେ ପହଁଚିଛନ୍ତି ।

ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୪୨ । ଏହାସହ ୧୫୮ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୨୮୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୫୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.