ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୧ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୨ ଜଣ ଓ ବରଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୨୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୦୬୨୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୩୦୦୫୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.