ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୪୦୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୮୩୧୨୪୩ସାମ୍ପୁଲ ଟେଷ୍ଟ୍ ହୋଇଛି ।