କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୪୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୦୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୧୭୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୦୬୧୧୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।