କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଜୀବନ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୪୪୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୩୮୧୮୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *