ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୨୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *