ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୦୩ କୋଭିଡ୍ ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ୩୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୫୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍ ପୁଲ୍ରୁ ୮ଜଣ ରହିଛନ୍ତି ।