ରାଜ୍ୟରେ ସର୍ବାଧିକ ୩୦୪ କରୋନା ସଂକ୍ରମିତ ଚିହ୍ନଟ, ୫ହଜାର ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୩୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଆଜି ଚିହ୍ନଟ ୩୦୪ ସଂକ୍ରମିତଙ୍କ ମଧ୍ୟରୁ ଗଜପତିରୁ ୪୭, ଗଂଜାମରୁ ୪୦, ଜଗତସିଂହପୁରରୁ ୨୯, ଝାରସୁଗୁଡ଼ାରୁ ୨୫, ଯାଜପୁରରୁ ୨୧, ବାଲେଶ୍ୱରରୁ ୧୭, ବରଗଡ଼ରୁ ୧୪, କଟକରୁ ୧୩, କନ୍ଧମାଳରୁ ୧୨, ଭଦ୍ରକରୁ ୧୧, ମୟୁରଭଞ୍ଜରୁ ୬, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ାରୁ ୫ ଜଣ ଲେଖାଏଁ, ସୋନପୁରରୁ ୪, ନୟାଗଡ଼ ଓ ପୁରୀରୁ ୩ ଜଣ ଲେଖାଏଁ, ମାଲକାନଗିରି ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବଲାଙ୍ଗୀରିରୁ ଜଣେ ଲେଖାଏଁ ଏବଂ ୪୨ ଜଣ ଅଗ୍ନିଶମ ଓ ଏନ ଡ଼ି ଆର ଏଫ କର୍ମଚାରୀ ଅଛନ୍ତି ।

Leave a Reply

Your email address will not be published.