ଭୁବନେଶ୍ବର ଆଉ ୩୦୭ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୭ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୩୨ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ତେବେ ରାଜଧାନୀ ଭୁବନେଶ୍ୱରରୁ ବର୍ତ୍ତମାନ ସୁଦ୍ଧା ୧୦୭୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୬୩୫ଜଣ ସୁସ୍ଥ ହୋଇଛନ୍ତି ଓ ୪୨ଜଣଙ୍କ ମୃତ୍ୟୁ ଘଟିଛି । ଏବେ ଭୁବନେଶ୍ୱରରେ ୪୦୪୩ କରୋନା ଆକ୍ରାନ୍ତ ସକ୍ରିୟ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୦୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୪୪ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୮୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।