ଭୁବନେଶ୍ୱରରୁ ଆଜି ଗୋଟିଏ ଦିନରେ ୩୧୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଭୁବନେଶ୍ୱରରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୭୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୭୩୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୮୯ ଜଣ ସୁସ୍ଥ ହୋଇଛନ୍ତି ଓ ୩୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୨୯୦୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୨୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୫୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୧୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *