ଭୁବନେଶ୍ୱରରୁ ଆଉ ୩୧୯ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୩୧୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୩୯୬ରେ ପହଁଚିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭୨ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୪୭ । ଏହାସହ ୧୧୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୮୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୯୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.