ଭୁବନେଶ୍ୱରରୁ ଆଉ ୩୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ୫୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଭୁବନେଶ୍ୱରରୁ ୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୮ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫୭ ରେ ପହଞ୍ଚିଛି । କରୋନାରୁ ୩୦୨ସୁସ୍ଥ ହୋଇଥିବା ବେଳେ ୭ଜଣଙ୍କ ମୃତ୍ୟୁ ହୋଇସାରିଛି । ସେହିପରି ୨୪୭ଟି ଆକ୍ଟିଭ୍ କେସ୍ ରହିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି ।