ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୨ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୨୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬ ଜଣ ରହିଛନ୍ତି ।

୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତିରୁ ୭ ଜଣ, ଯାଜପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ବାଲେଶ୍ବରରୁ ୩ ଜଣ, ଖୋର୍ଦ୍ଧ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, କଟକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

Leave a Reply

Your email address will not be published. Required fields are marked *