ଭୁବନେଶ୍ବରରେ ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୧୭୪ରେ ପହଞ୍ଚିଛି ।ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ ୨୩୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୩୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୫୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୪ ଜଣଙ୍କର ମୃତ୍ୟୁ ହୋଇଛି ।

 

Leave a Reply

Your email address will not be published.