୨୪ ଘଣ୍ଟାରେ ବାହାରିଲେ ୩୨୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୧୦୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧରୁ ଜଣେ, କଟକ ଜିଲ୍ଲାରୁ ୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୭ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ନୂଆପଡାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି ।

Leave a Reply

Your email address will not be published.