ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୩୪,୮୮୪ ଆକ୍ରାନ୍ତ ଓ ୬୭୧ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୦ ଲକ୍ଷ ୩୮ ହଜାର ୭୧୬ରେ ପହଞ୍ଚିଛି ।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬,୨୭୩ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୩୪,୮୮୪ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬୭୧ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୩,୫୮,୬୯୨ ରହିଛି।
ଏହା ବ୍ୟତୀତ ୬ ଲକ୍ଷ ୫୩ହଜାର ୭୫୧ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି।