ରାଜ୍ୟରେ କରୋନା ନେଲା ଆଉ ୩୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୭୧୮୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଜଗତସିଂପୁର, କୋରାପୁଟରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ମାଲକାନଗିରି, ସମ୍ବଲପୁର ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *