ରାଜ୍ୟରେ କରୋନା ନେଲା ଆଉ ୩୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନାଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ନବରଙ୍ଗପୁର , ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *