୨୪ ଘଣ୍ଟାରେ ବାହାରିଲେ ୩୬୫ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୬ ଜଣ ପଜିଟିଭ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୫୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୭୬୫୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୮୫୫୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *