ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୩୭,୭୨୪ ଆକ୍ରାନ୍ତ ଓ ୬୪୮ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷ ୯୨ ହଜାର ୯୧୫ରେ ପହଞ୍ଚିଛି ।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮,୭୩୨ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୩୭,୭୨୪ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬୪୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୪,୧୧,୧୩୩ ରହିଛି।

ଏହା ବ୍ୟତୀତ ୭ ଲକ୍ଷ ୫୩ ହଜାର ୦୫୦ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୩ ଲକ୍ଷ ୨୭ ହଜାର ୦୩୧ରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୧ ଲକ୍ଷ ୨୫ ହଜାର ୦୯୬ ରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି।

Leave a Reply

Your email address will not be published.