ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୮ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୦୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।