ଭୁବନେଶ୍ୱରରୁ ପୁଣି ୩୮୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୩୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬୪୭ରେ ପହଁଚିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୩ । ଏହାସହ ୨୧୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.