ରାଜ୍ୟରେ ଖସୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୮୮ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୮୬୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୬ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୨୮୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୬୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୮୧୫୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୮୭୯୮୦୬ସାମ୍ପୁଲ ଟେଷ୍ଟ୍ ହୋଇଛି ।