ରାଜ୍ୟରେ ଚିହ୍ନଟ ହେଲେ ୩୯୩ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୧୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଝଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୬ଜଣ , ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

 

Leave a Reply

Your email address will not be published.