ରାଜଧାନୀରୁ ଆଉ ୩୯୫ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୭୯

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୯୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨୪୦ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୬ ଜଣ ରହିଥିବା ବେଳେ ୨୭୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୬୦୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୭୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୪୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୨ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published.