କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୭୭ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୯୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ସାମ୍ପୁଲ ଟେଷ୍ଟ୍ ହୋଇଛି ।