ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୪ ମୃତକଙ୍କ ମଧ୍ୟରୁ ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।