କଟକ ସହରରୁ ଆଉ ୪ କରୋନା ପଜିଟିଭ୍ ଚିହ୍ନଟ
କଟକ, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪ ଜଣଙ୍କ ମଧ୍ୟରୁ ୨ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ଜଣେ ହୋମ୍ କ୍ୱାରେଣ୍ଟିନ୍ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩୪ ଜଣ ସୁସ୍ଥ ହୋଇଛନ୍ତି। ୧୫୪ ଜଣ ଚିକିତ୍ସାଧୀନ ଅଛନ୍ତି ଓ ୭ଜଣଙ୍କ ମୃତ୍ୟୁ ଘଟିଛି।