ଦେଶରେ ୧୧ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୪୦ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷରୁ ଅଧିକ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭, ୪୯୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୪୦,୪୨୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬୮୧ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୩,୯୦,୪୫୯ ରହିଛନ୍ତି।

ଏହା ବ୍ୟତୀତ ୭ ଲକ୍ଷ ୦୦ ହଜାର ୦୮୬ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୩ ଲକ୍ଷ ୧୦ ହଜାର ୪୫୫ରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୧ ଲକ୍ଷ ୨୨ ହଜାର ୭୯୩ରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୩୬୨୮ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୧୧ ହଜାର ୮୫୪ ରହିଛି ।

Leave a Reply

Your email address will not be published.