ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୪୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୮୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୭୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିହଂପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୩ଜଣ, ଷ୍ଟେଟ ପୁଲ୍ରୁ ୧୦ଜଣ ରହିଛନ୍ତି ।