କଟକ ସହରରୁ ଆଉ ୪୧ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ବଢିବାରେ ଲାଗିଛି। ଏ ହାରି ମଧ୍ୟରେ ଆଜି କଟକ ସହରରୁ ଆଉ ୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ ୩୯ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ ସରକାରୀ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୨୭ଜଣ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ । ଏତତ୍ ବ୍ୟତୀତ ୨ ସ୍ଥାନୀୟ ସଂକ୍ରମିତ ହେଲେ ମଠସାହିର ୪୬ ବର୍ଷୀୟା ମହିଳା ଓ ପୋଲିସ କଲୋନୀର ୩୦ ବର୍ଷୀୟ ୟୁବକ । ଉଭୟ ହେଉଛନ୍ତି କରୋନା ଯୋଦ୍ଧା ।

ସୂଚନାଯୋଗ୍ୟ, ଏବେସୁଦ୍ଧା କଟକ ସହରରୁ ମୋଟ୍ ୭୭୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୧୪ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୦ ଜଣ ପ୍ରାଣ ହରାଇଥିବା ବେଳେ ୪୫୩ଟି ସକ୍ରିୟ କେସ୍ ରହିଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.