୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୨୩୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୩ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି ।

Leave a Reply

Your email address will not be published.