ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୪୩ କରୋନା ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୪୨୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।











