ରାଜଧାନୀରୁ ଆଉ ୪୩ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୩ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪୬୧ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨ ଜଣ ରହିଥିବା ବେଳେ ୩୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୫୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୭୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୬୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୦୪ ଜଣଙ୍କର ମୃତ୍ୟୁ ହୋଇଛି ।