୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୨୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ , ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

Leave a Reply

Your email address will not be published.