୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍):  ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୪୧୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୮ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୦ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜମ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୩୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ , ଷ୍ଟେଟ ପୁଲ୍‌ରୁ ୪୩ଜଣ ରହିଛନ୍ତି ।

 

Leave a Reply

Your email address will not be published. Required fields are marked *