ଗତ ୨୪ଘଣ୍ଟାରେ କରୋନା ନେଲା ୪୫ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।