ରାଜ୍ୟ ପାଇଁ ଭଲ ଖବର, ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୧,୩୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସମସ୍ତ ଆରୋଗ୍ୟଙ୍କ ମଧ୍ୟରୁ ଗଞ୍ଜାମରୁ ୨୨୦, ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩,   ଖୋର୍ଦ୍ଧାରୁ ୨୮, ବଲାଙ୍ଗିରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫,  ଜଗତସିଂହପୁରରୁ ୧୩,  ମାଲକାନଗିରିରୁ ୧୩, ଯାଜପୁରରୁ ୧୦, ଗଜପତିରୁ ୧୦, ଅନୁଗୁଳରୁ ୯, କେନ୍ଦ୍ରାପଡାରୁ ୬, କୋରାପୁଟରୁ ୪, ଭଦ୍ରକରୁ ୨,  କଟକରୁ ୩  ଏବଂ ପୁରୀ, ନୟାଗଡ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬,୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୩୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.