୨୪ ଘଣ୍ଟାରେ ବାହାରିଲେ ୪୭୮ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୪୩୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ୪୭ଜଣ ରହିଛନ୍ତି ।