ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୯୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୩୯୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨୪ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୮ଜଣ , ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ ଜିଲ୍ଲାରୁ ୧୬ଜଣ, ନୂଆପଡା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୦ଜଣ ରହିଛନ୍ତି ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୯୨ରେ ପହଞ୍ଚିଛି। ସେଥିମଧ୍ୟରୁ ୧୦,୪୭୬ଜଣ ସୁସ୍ଥ ହୋଇଥିବାବେଳେ ୪,୮୧୩ ଜଣ ଚିକିତ୍ସାଧୀନ ଅଛନ୍ତି।

Leave a Reply

Your email address will not be published.