ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ଆକ୍ରାନ୍ତରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମରୁ ୨ଜଣ, ପୁରୀରୁ ଜଣେ, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୨୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *