ରାଜ୍ୟ ପାଇଁ ଭଲ ଖବର, ଆଉ ୫୦୫ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୯୨୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୁସ୍ଥ ହୋଇଥିବା ୫୦୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୨୪୮, ସୁନ୍ଦରଗଡ଼ରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡ଼ରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୬, ଢ଼େଙ୍କାନାଳରୁ ୬, ଅନୁଗୁଳରୁ ୫, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୪, କୋରାପୁଟରୁ ୪, ବରଗଡ଼ରୁ ୩, କେନ୍ଦୁଝରରୁ ୨,ଝାରସୁଗୁଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୭୩୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।