କଟକରୁ ଆଜି ପୁଣି ୫୧ ପଜିଟିଭ୍ ଚିହ୍ନଟ
କଟକ, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ଆଜି କଟକ ସହରରୁ ପୁଣି ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏ ନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।
କଟକରେ ବର୍ତ୍ତମାନ ସୁଦ୍ଧା ୮୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୩୨୭ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୫୪୭ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୪୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।