ରାଜ୍ୟରେ ଆଉ ୫୧୫ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୫୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୨ ହଜାର ୪୫୨କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡା ଓ ବରଗଡରୁ ୧୩ ଜଣ ଲେଖାଏଁ, ମୟୂରଭଞ୍ଜ ଓ ରାୟଗଡାରୁ ୯ ଜଣ ଲେଖାଏଁ, ବଲାଙ୍ଗିରରୁ ୮, ଭଦ୍ରକରୁ ୭, ଗଜପତି ଓ ପୁରୀରୁ ୬ ଜଣ ଲେଖାଏଁ, କୋରାପୁଟରୁ ୫, ଅନୁଗୁଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୪୩୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

 

Leave a Reply

Your email address will not be published.