ଗତ ୨୪ଘଣ୍ଟାରେ କରୋନା ନେଲା ୫୨ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ବରଗଡ, ଗଞ୍ଜାମ, କଳାହାଣ୍ଡି, ପୁରୀ, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦ୍ରାପଡାରୁ ୪ଜଣ, କଟକ, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝର, ନୟାଗଡ, ନୂଆପଡା, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।