ରାଜ୍ୟରେ ଆଉ ୫୨୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୨୪ ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ୫୨୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୧୫ଜଣ,ବାଲେଶ୍ୱର ଜିଲ୍ଲାର ୨୬ ଜଣ, ବରଗଡ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ୨୧, କଟକ ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଅନୁଗୁଳ ଜିଲ୍ଲାର ଜଣେ,ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୨୫ଜଣ, ଝାରସୁଗୁଡା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡା ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ୧୮ଜଣ, ନୂଆପଡା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।