ରାଜ୍ୟରେ କରୋନା ନେଲା ୫୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକମାନେ ହେଲେ ଯାଜପୁର ଜିଲାରେ ୪, କେନ୍ଦୁଝର ଜିଲାରେ ୬ ଓ ପୁରୀ ଜିଲାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟର କେନ୍ଦ୍ରାପଡା ଜିଲାରେ ୨ ଜଣ କରୋନା ସଂକ୍ରମିତଙ୍କର ଜୀବ ନ ଯାଇଥିବାବେଳେ ଝାରସୁଗୁଡା, ଅନୁଗୁଳ, ବଲାଙ୍ଗିର, ମୟୁରଭଞ୍ଜ, ନବରଙ୍ଗପୁର ଓ ନୟାଗଡ ଜିଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *